ଟ୍ରପଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା : ଆଗାମୀ ୩ରୁ ୪ ଦିନ କୋହଲା ରହିବ ପାଗ

୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଗଂଜାମ, ଗଜପତି, କନ୍ଧମାଳ,ରାୟଗଡ଼ାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ । ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗି ରହିବ ବର୍ଷା

162

କନକ ବ୍ୟୁରୋ : ଟ୍ରପଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, କନ୍ଧମାଳ,ରାୟଗଡ଼ାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କଲା ଆଂଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗି ରହିବ ବର୍ଷା । ଜିଲ୍ଲା ଗୁଡ଼ିକ ହେଲା ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ।

ଆଗାମୀ ୩ରୁ ୪ ଦିନ କୋହଲା ରହିବ ପାଗ । ସ୍ଥିତି ଉପରେ ନଜର ରଖିବାକୁ ଜିଳ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ସଚେତନ କରିବା ଲାଗି ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି । ୧୬ତାରିଖ ଯାଏଁ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପଟେ ଆଜି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ରହିଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି ।