ବାରବାଟୀରେ ଟି-ଟ୍ୱେଣ୍ଟି : ସମସ୍ତ ଖେଳାଳି ଖାଇବେ ଡାଲମା ଓ ଛେନାପୋଡ଼; ରଜ ଥିବାରୁ ପ୍ରସ୍ତୁତ ହେଉଛି ୧୨ପ୍ରକାର ପିଠା

385

କନକ ବ୍ୟୁରୋ : ବାରବାଟୀ ଟି-୨୦ ପାଇଁ ଆଉ କିଛି ସମୟ ପରେ ଓଡ଼ିଶାରେ ପହଞ୍ଚିବେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଦଳର ଖେଳାଳି । ଖେଳାଳିଙ୍କ ସ୍ୱାଗତ ପାଇଁ ଭୁବନେଶ୍ୱର ହୋଟେଲ ମେ’ ଫେୟାରରେ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି । ବିଶେଷ କରି ଖେଳାଳିମାନେ କ’ଣ ଖାଇବେ ସେନେଇ ହୋଟେଲ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ଭାରତୀୟ ଖେଳାଳିଙ୍କ ପାଇଁ ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ ହେବ । ସବୁ ଖେଳାଳିଙ୍କ ପାଇଁ ଡାଲମା ରହିବ ।

ଏହା ସହ ଖେଳାଳିଙ୍କ ଖାଦ୍ୟରେ ଛେନାପୋଡ ଦିଆଯିବ । ଆଗକୁ ରଜ ଥିବାରୁ ହୋଟେଲ ପକ୍ଷରୁ ୧୨ ପ୍ରକାର ପିଠା ପ୍ରସ୍ତୁତ ହେବ । ଖେଳାଳିମାନଙ୍କ ପାଇଁ କାକେରା, ଆରିସା, ଚକୁଳି ଓ ମଣ୍ଡା ପରି ପିଠା ଦିଆଯିବ । ଖେଳାଳିମାନେ ରେଡ୍ ମିଟ୍ ପସନ୍ଦ କରୁନଥିବାରୁ ତାହାକୁ ମେନ୍ୟୁରୁ ବାଦ୍ ଦିଆଯାଇଛି । ଅଲିଭ୍ ତେଲରେ ଖେଳାଳିଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରାଯିବ । ସେହିପରି ଦକ୍ଷିଣ ଆଫ୍ରିକା ଖେଳାଳିଙ୍କ ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ହେଟେଲ ମେ’ ଫେୟାର ମୁଖ୍ୟ ସେଫ୍ ମୃଦୁଲ ମଣ୍ଡଳ ।