ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୪୫୪ ପଜିଟିଭ ଚିହ୍ନଟ, ୧୬୦ ମୃତ୍ୟୁ

36

କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୪୫୪ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୬୦ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୨୭,୪୫୦ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୧୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୮୧୧ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ୧୭,୫୬୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୯୫,୮୦୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୮,୮୩୧ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୧୦୦କୋଟି ଟପିଛି କରୋନା ଟିକାକରଣ । ଦେଶରେ ଟିକାକରଣ ଅଭିଯାନ ଜାନୁଆରି ମାସରେ ଆରମ୍ଭ ହୋଇଥିଲା। ଏହି ଅଭିଯାନ ଆରମ୍ଭ ହେବାର ୯ ମାସ ପରେ ଭାରତ ପ୍ରଥମ ଥର ପାଇଁ ୧୦୦ କୋଟି ଟିକାର ମାଇଲଖୁଣ୍ଟ ହାସଲ କରିଛି ।