କନକ ବ୍ୟୁରୋ : ଦେଶରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶକୁ କରୋନା ଭୂତାଣୁ ଆସିବା ଦିନଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସର୍ବ ନିମ୍ନ ରହିଛି । ଗତ ୨୪ ଘଂଟା ମଧ୍ୟରେ ଦେଶରେ ଦୈନିକ ସଂକ୍ରମଣ ୧୩ ହଜାରରୁ ସାମାନ୍ୟ ଅଧିକ ରହିଥିବା ବେଳେ ୧ ଶହରୁ କମ ଲୋକଙ୍କ ସଂକ୍ରମଣ ଜନିତ ମୃତ୍ୟୁ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୬୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୪,୩୭୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୬୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୪୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୫୮,୮୦୧। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୮୩,୧୧୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୮,୬୭,୬୯,୪୧୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/10/14-25.jpg)