ଦେଶରେ କମୁଛି କରୋନା ଗ୍ରାଫ୍ । ଏବେବି ଶୀର୍ଷରେ ରହିଛି କେରଳର କରୋନା ସଂକ୍ରମଣ, ଜାଣନ୍ତୁ ଓଡିଶାର ସ୍ଥିତି କଣ

164

ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ରୁ ସାମାନ୍ୟ କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୨୭୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୩୭,୩୦୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୮୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୩,୫୩୦ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୩୭୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୩୭,୮୫୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୩୫,୯୧୮। ୨୭୫ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୨,୦୧,୦୩,୨୨୫ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ଦିଆଯାଇଛି ୫୭,୪୩,୮୪୦ ଡୋଜ୍‌ ଟିକା । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, ଗତକାଲି ସୁଦ୍ଧା ସମୁଦାୟ ୬୨.୩୭ କୋଟି ନମୁନା ପରୀକ୍ଷା କରାଯାଇଛି।

ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟ ୭ରେ ଭାରତରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ, ଅଗଷ୍ଟ ୨୩ରେ ୩୦ ଲକ୍ଷ, ସେପ୍ଟେମ୍ବର ୫ରେ ୪୦ ଲକ୍ଷ, ସେପ୍ଟେମ୍ବର ୧୬ରେ ୫୦ ଲକ୍ଷ, ସେପ୍ଟେମ୍ବର ୨୮ରେ ୬୦ ଲକ୍ଷ, ଅକ୍ଟୋବର ୧୧ରେ ୭୦ ଲକ୍ଷ, ଅକ୍ଟୋବର ୨୯ରେ ୮୦ ଲକ୍ଷ, ନଭେମ୍ବର ୨୦ରେ ୯୦ ଲକ୍ଷ ଏବଂ ଡିସେମ୍ବର ୧୯ରେ ୧କୋଟି ଟପିଥିଲା। ସେପଟେ, ରାଜ୍ୟରେ ୨୬୨ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୨ ଆକ୍ରାନ୍ତ ଚିହ୍ନଟ