କନକ ବ୍ୟୁରୋ : ଦିନକ ପରେ ଚନ୍ଦ୍ରରେ ଲ୍ୟାଣ୍ଡ କରିବ ଚନ୍ଦ୍ରଯାନ ୩ । ୨୩ ତାରିଖ ସଂଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ ୩ । ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରଠାରୁ ସବୁଠୁ କମ୍ ୨୫ କିଲୋମିଟର ଦୂରରେ ଏବେ ପ୍ରଦକ୍ଷିଣ କରୁଛି । ବର୍ତ୍ତମାନ ପର୍ଯ୍ୟନ୍ତ ଇସ୍ରୋର ଯୋଜନା ଅନୁଯାୟୀ ଚନ୍ଦ୍ରଯାନ ଯାତ୍ରା କରୁଛି । ଏହାରି ଭିତରେ ଚନ୍ଦଯାନ-୩ର ଦ୍ୱିତୀୟ ପର୍ଯ୍ୟାୟ ଡିବୁଷ୍ଟିଂ ସଫଳତାର ସହ ଶେଷ ହୋଇଛି ।

Advertisment

କକ୍ଷପଥର ଆକାର ହ୍ରାସ କରାଯିବା ପରେ ଏବେ ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରଠାରୁ ସବୁଠୁ କମ୍ ୨୫ ଓ ସବୁଠୁ ଅଧିକ ୧୩୪ କିଲୋମିଟର ଦୂର କକ୍ଷପଥରେ ପ୍ରଦକ୍ଷିଣ କରୁଛି । ୨୩ ତାରିଖ ସଂଧ୍ୟା ୬ଟା ୪ମିନିଟ୍ରେ ଅବତରଣ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ ୩ । ଚନ୍ଦ୍ରଯାନ-୩ ମିଶନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛି ବିକ୍ରମ ଲ୍ୟାଣ୍ଡର । ଏହି ଲ୍ୟାଣ୍ଡର ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଅବତରଣ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏଥିରେ ଏକାଧିକ ଥ୍ରଷ୍ଟର ବା ଗତିରୋଧକ ଖଂଜା ଯାଇଛି । ଯାହା ଲ୍ୟାଣ୍ଡ କରିବା ସମୟରେ ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ବିରୋଧରେ କାମ କରିବ ଏବଂ ଲ୍ୟାଣ୍ଡରକୁ ସଫ୍ଟ ଲ୍ୟାଣ୍ଡିଂ କରିବାରେ ସହାୟକ ହେବ ।

ଲ୍ୟାଣ୍ଡର ଅବତରଣ କରିବା ପରେ ସେଥିରୁ ପ୍ରଜ୍ଞାନ ରୋଭର ବାହାରି ଯାଇ ଚନ୍ଦ୍ରପୃଷ୍ଠର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରି ସୂଚନା ପଠାଇବ । ଏହା ୧୪ ଦିନ ପର୍ଯ୍ୟନ୍ତ କାମ କରିବ । ଏପଟେ ପ୍ରପଲସନ ମଡ୍ୟୁଲ ବର୍ଷ ବର୍ଷ ଧରି ସୌରମଣ୍ଡଳ ବାହାରେ ଥିବା ଗ୍ରହ ସମ୍ପର୍କରେ ତଥ୍ୟ ପଠାଇବ । ଯାହାକୁ ଆଧାର କରି ସେଠାକାର ସ୍ଥିତି ବସବାସ ଉପଯୁକ୍ତ କି ନୁହେଁ ବୈଜ୍ଞାନିକମାନେ ଗବେଷଣା କରିବେ ।