କନକ ବ୍ୟୁରୋ:ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଚାଲିଥିବା ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ପରାସ୍ତ କରିଛି ଭାରତ । ଏହି ବିଜୟ ସହ ଭାରତ ସିରଜରେ ୧-୦ରେ ଆଗୁଆ ହୋଇଯାଇଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ୧୮୯ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଭାରତ ତାହାକୁ ୩୯.୫ ତମ ଓଭରରେ ହାସଲ କରିନେଇଥିଲା । ତେବେ ଆରମ୍ଭରୁ ଭାରତ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇ ସଂକଟରେ ପଡ଼ିଥିଲା । ତେବେ ଲୋକେଶ ରାହୁଲଙ୍କ ଲଢୁଆ ୭୫ ରନ ତଥା ରବୀନ୍ଦ୍ର ଜାଦେଜାଙ୍କ ୪୫ ରନ ବଳରେ ଭାରତ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା । ହାର୍ଦ୍ଦିକ ପାଣ୍ଡ୍ୟା ବି ୨୫ ରନର ଯୋଗଦାନ ଦେଇଥିଲେ ।
ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଟ୍ରାଭିସ ହେଡଙ୍କୁ ହରାଇ ଝଟକା ପାଇଥିଲା । ତେବେ ମିଚେଲ ମାର୍ସ ଓ ଷ୍ଟିଭେନ ସ୍ମିଥ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ମାର୍ସ ୮୧ ରନ କରି ରବୀନ୍ଦ୍ର ଜାଦେଜାଙ୍କ ବଲରେ ଆଉଟ ହୋଇଥିଲେ । ସ୍ମିଥ ୨୨ରନ କରିଥିଲେ । କିନ୍ତୁ ଏହା ପରେ ଦଳର ବ୍ୟାଟିଂ ବିପର୍ଯ୍ୟୟ ଆରମ୍ଭ ହୋଇଥିଲା । ଦଳର ମଧ୍ୟକ୍ରମ ବ୍ଯାଟରମାନେ ସଂପୂର୍ଣ୍ଣ ବିଫଳ ହୋଇଥିଲେ । କେବଳ ଇଙ୍ଗଲିସ୍ ୨୬ ରନ କରିଥିବାବେଳେ ଲାବୁସଚେନ ୧୫ରନ କରିଥିଲେ । ଗ୍ଲେନ ମାକ୍ସଓ୍ବେଲ ମାତ୍ର ୮ ରନ କରି ଆଉଟ ହୋଇଥିଲେ ।