ଗତବର୍ଷ ଅକ୍ଟୋବର ମଧ୍ୟଭାଗ ପରଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୮,୦୨୦ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଏଥିସହ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୨୦ କୋଟିରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୮,୦୨୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୦,୩୯,୬୪୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୯୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୧,୮୪୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨,୨୩୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୩,୫୫,୯୯୩।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୨୧,୮୦୮ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୦୫,୩୦,୪୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୮ ସୁଦ୍ଧା ସମୁଦାୟ ୨୪,୧୮,୬୪,୧୬୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୯,୧୩,୩୧୯ଟି ନମୁନା ।