ଦେଶରେ ୯୪୧୯ ନୂଆ ଆକ୍ରାନ୍ତ ଚିହ୍ନଟ : ଆଉ ୧୫୯ ଜଣଙ୍କ ଜୀବନ ନେଲା କରୋନା

71

କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୪୧୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୫୯ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୬୬,୨୪୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୫୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୪,୧୧୧ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୨୫୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୯୭,୩୮୮ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୪,୭୪୨। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୦,୩୯,୩୨,୨୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୫,୧୯,୫୦,୧୨୭ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୧୨,୮୯,୯୮୦ଟି ନମୁନା ।