ଦେଶରେ ୨୪ ଘଂଟାରେ ୧୦, ୪୮୮ ନୂଆ ଆକ୍ରାନ୍ତ ଚିହ୍ନଟ : ଆଉ ୩୧୩ ଜଣଙ୍କ ଜୀବନ ନେଲା କରୋନା

64

କନକ ବ୍ୟୁରୋ : ଦେଶରେ ଗତ ୨୪ ଘଂଟାରେ ୧୦ ହଜାର ୪୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୧୩ ଜଣଙ୍କ ମୃତ୍ୟୁ ହୋଇଛି । ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୧୦,୪୧୩ରେ ପହଞ୍ଚିଛି ।

ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୩୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୫,୬୬୨ରେ ପହଞ୍ଚିଛି । ସୁସ୍ଥ ହୋଇଥିବା ୧୨,୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୨୨,୦୩୭ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୨,୭୧୪ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୬,୫୦,୫୫,୨୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୧୬,୪୯,୩୭୮ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୧୦,୭୪,୦୯୯ଟି ନମୁନା ।