ଦେଶରେ ୨୪ ଘଂଟାରେ ଚିହ୍ନଟ ହେଲେ ୧ଲକ୍ଷ ୧୫ ହଜାର ୭୩୬ ନୂଆ ଆକ୍ରାନ୍ତ, ୬୩୦ ମୃତ : ୮ ଲକ୍ଷ ଟପିଲା ସକ୍ରିୟ ଆକ୍ରାନ୍ତ ସଂଖ୍ୟା

130

କନକ ବ୍ୟୁରୋ : ଦେଶରେ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ । ୨୪ଘଣ୍ଟାରେ ଦିନକରେ ୧,୧୫,୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩୦ ଜଣଙ୍କର ମୃତ୍ୟୁ ହୋଇଛି ।  ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୮,୦୧,୭୮୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୬୩୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୬,୧୭୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୯,୮୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୬୬,୧୭୭ ।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୪୩,୪୭୩ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮,୭୦,୭୭,୪୭୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୬ ସୁଦ୍ଧା ସମୁଦାୟ ୨୫,୧୪,୩୯,୫୯୮ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୨,୦୮,୩୨୯ଟି ନମୁନା ।