କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୫୧୪  କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୫୧ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୮୫,୮୧୪ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୫୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୮,୪୩୭ରେ ପହଞ୍ଚିଛି ।

Advertisment

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୭୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୬୮,୫୬୦ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୫୮,୮୧୭। ଗତ ୨୪୮ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୬,୩୧,୨୪,୨୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୩୧ ତାରିଖ ସୁଦ୍ଧା ସମୁଦାୟ ୬୦,୯୨,୦୧,୧୯୪ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୮୧,୩୭୯ଟି ନମୁନା ।