ଦେଶରେ ଦିନକରେ ୧,୩୧,୯୬୮ ନୂଆ ଆକ୍ରାନ୍ତ, ୭୮୦ ମୃତ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୦,୬୦,୫୪୨କୁ ବୃଦ୍ଧି

131

କରୋନା ଭାଇରସ୍‌ ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜିକୁ ମିଶାଇ ପାଞ୍ଚଦିନ ମଧ୍ୟରେ ଦେଶରେ ଚାରି ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୧,୯୬୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୮୦ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୦,୬୦,୫୪୨ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୭୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୭,୬୪୨ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ୬୧,୮୯୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୯,୧୩, ୨୯୨ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୭୯,୬୦୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯,୪୩,୩୪,୨୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୮ ସୁଦ୍ଧା ସମୁଦାୟ ୨୫,୪୦,୪୧,୫୮୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୩,୬୪,୨୦୫ଟି ନମୁନା ।