ଦେଶରେ ୨୪ ଘଂଟାରେ ୧୪,୩୦୬ ନୂଆ ଆକ୍ରାନ୍ତ ଚିହ୍ନଟ, ୪୪୩ ମୃତ

67

କନକ ବ୍ୟୁରୋ : ଦେଶରେ ୨୪ ଘଂଟାରେ ୧୪ ହଜାର ୩୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୪୪୩ ଜଣଙ୍କ ମୃତ୍ୟୁ ହୋଇଛି ।  ୨୪ ଘଂଟାରେ ୧୮ ହଜାର ୭୬୨ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । କେରଳରୁ  ଦିନକରେ ୮ ହଜାର ୫୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ୭୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୭୬୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୬୭,୩୬୭।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୭,୬୯୫ । ୨୩୯ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୨,୨୭,୧୨,୮୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୧୨,୩୦,୭୨୦ ଡୋଜ୍‌ ଟିକା । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୪ ତାରିଖ ସୁଦ୍ଧା ସମୁଦାୟ ୬୦,୦୭,୬୯,୭୧୭ କୋଟି ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା ହୋଇଛି ୯,୯୮,୩୯୭ଟି ନମୁନା ।