୨୪ଘଂଟାର କରୋନା ମିଟର : ଦେଶରେ ୧୪,୩୧୩ନୂଆ ସଂକ୍ରମିତ ଚିହ୍ନଟ, ୫୪୯ଜଣଙ୍କର ମୃତ୍ୟୁ

54

କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୩୧୩ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୫୪୯ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୬୦,୪୭୦ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୮୦୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୭,୭୪୦ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୩୧୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୪୧,୧୭୫ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୧,୫୫୫ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୫,୪୩,୧୩,୯୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୫୬,୯୧,୧୭୫ ଡୋଜ୍‌ ଟିକା । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୯ ତାରିଖ ସୁଦ୍ଧା ସମୁଦାୟ ୬୦,୭୦,୬୨,୬୯୧ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୧,୭୬,୮୫୦ଟି ନମୁନା ।