ଦେଶରେ ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ : ୨୪ ଘଂଟାରେ ୧୪,୬୨୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୯୭ ଜଣଙ୍କ ମୃତ୍ୟୁ

43

କନକ ବ୍ୟୁରୋ : ଦେଶରେ ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୬୨୩ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୦୮,୯୯୬ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୬୫୧ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୭୮,୨୪୭ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୮,୦୯୮।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୯,୧୨,୮୨,୨୮୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧,୩୬,୧୪୨ ଟିକା।