୨୪ ଘଣ୍ଟା ମଧ୍ୟରେ ଦେଶରୁ ୧୫,୯୦୬ ନୂଆ ସଂକ୍ରମିତ ଚିହ୍ନଟ । ଆଖିବୁଜିଲେ ଆହୁରି ୫୬୧ କୋଭିଡ୍ ଆକ୍ରାନ୍ତ ।

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରୁ ୧୫,୯୦୬ ନୂଆ ସଂକ୍ରମିତ ଚିହ୍ନଟ । ଆଖିବୁଜିଲେ ଆହୁରି ୫୬୧ କୋଭିଡ୍ ଆକ୍ରାନ୍ତ ।

କନକ ବ୍ୟୁରୋ : ଦେଶରେ ଆଜି କୋଭିଡ୍ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ବହୁତ ଅଧିକ ଅଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୦୬ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୫୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୭୫,୪୬୮ରେ ପହଞ୍ଚିଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ହୋଇଥିବା ୫୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୪,୫୪,୨୬୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୪୭୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୪୮,୬୦୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୨,୫୯୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦୨.୧୦ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୩ ତାରିଖ ସୁଦ୍ଧା ସମୁଦାୟ ୫୯,୯୭,୭୧,୩୨୦ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୩,୪୦,୧୫୮ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe