କନକ ବ୍ୟୁରୋ : ଦେଶରେ କରୋନା ମିଟର ଉପରମୁହାଁ । ଦିନକୁ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନା ସଂକ୍ରମଣ । ଦେଶରେ ଗତ ୨୪ ଘଂଟାରେ ୧ ଲକ୍ଷ ୬୮ ହଜାର ୯୧୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ୯୦୪ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରହିଛି । ମୃତ୍ୟୁ ସଂଖ୍ୟା ୧ଲକ୍ଷ ୭୦ ହଜାର ୧୭୯ରେ ପହଂଚିଛି । ଏବେ ଦେଶରେ ସକ୍ରିୟ ମାମଲା ରହିଛି ୧୨ ଲକ୍ଷ ୧ ହଜାର ୯ଜଣ । ୧କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେପଟେ ସଂକ୍ରମିତଙ୍କ ସଂଖ୍ୟାରେ ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  /kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
   Follow Us
 Follow Us/kanak/media/post_attachments/wp-content/uploads/2021/04/1-15.jpg)