ଦିନକରେ ୧,୭୩,୭୯୦ ନୂଆ ଆକ୍ରାନ୍ତ ଚିହ୍ନଟ, ୩,୬୧୭ ମୃତ : ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୨୯,୨୪୭ କୁ ବୃଦ୍ଧି

134

କନକ ବ୍ୟୁରୋ :  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସ୍‌ ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୧.୭୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି । ଗତ ୪୫ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୩,୭୯୦ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୩,୬୧୭ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୭୭,୨୯,୨୪୭ ଓ ମୃତ୍ୟୁସଂଖ୍ୟା ୩,୨୨,୫୧୨ରେ ପହଞ୍ଚିଛି ।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୮୪,୬୦୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୧,୭୮,୦୧୧ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୨୮,୭୨୪। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୮୯, ୦୨,୪୪୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୮ ତାରିଖ ସୁଦ୍ଧା ସମୁଦାୟ ୩୪,୧୧,୧୯,୯୦୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୮୦,୦୪୮ଟି ନମୁନା।