ଦେଶରେ ୧୯,୭୪୦ କରୋନା ଆକ୍ରାନ୍ତ ଚିହ୍ନଟ, ୨୪୮ ମୃତ

72

କନକ ବ୍ୟୁରୋ : ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୭୪୦ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୪୮ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୩୫,୩୦୯ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୪୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୩୭୫ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୦୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୪୮,୨୯୧। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୩୬,୬୪୩। ବିଗତ ୨୦୬ ଦିନ ମଧ୍ୟରେ ଏହା ସର୍ବନିମ୍ନ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୩.୯୯ କୋଟିରୁ ଅଧିକ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯,୧୨,୨୦୨ ଟିକା । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୮ ତାରିଖ ସୁଦ୍ଧା ସମୁଦାୟ ୫୮.୧୩ କୋଟି ପରୀକ୍ଷା କରାଯାଇଛି ।