କାୟା ମେଲାଉଛି କରୋନା : ଦେଶରେ ଦିନକରେ ୨୬,୨୯୧ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧୮ ମୃତ

126

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ୨୬,୨୯୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୧୮ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଗତ ତିନି ମାସ ମଧ୍ୟରେ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୨୯୧ ନୂତନ ସଂକ୍ରମଣ ଓ ୧୧୮ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୩,୮୫,୩୩୯ରେ ପହଞ୍ଚିଛି । ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧.୭% ଅଧିକ ଥିବା ଜଣାପଡ଼ିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୭୨୫ରେ ପହଞ୍ଚିଛି । କ୍ରମାଗତ ୬ ଦିନ ଧରି ୧.୪%ରେ ରହିବା ପରେ ମୃତ୍ୟୁହାର ୧.୩୯%କୁ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୪୫୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୦,୦୭,୩୫୨ । ସୁସ୍ଥତା ହାର ମଧ୍ୟ ୯୬.୭%କୁ ହ୍ରାସ ପାଇଛି । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୧୦,୫୪୪ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୮୫% ।