ଦେଶରେ ଲଗାତର ଦ୍ୱିତୀୟ ଦିନରେ ଅଢେଇ ଲକ୍ଷ ଉପରେ ଆକ୍ରାନ୍ତ : ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାର

102

କନକ ବ୍ୟୁରୋ : ଦେଶରେ ବି ମାମଲା ବଢିଛି । ୨୪ ଘଂଟାରେ ୨ ଲକ୍ଷ ୬୮ହଜାରରୁ ଅଧିକ ସଂକ୍ରମିତ ,୪୦୨ମୃତ୍ୟୁ ରେକର୍ଡ କରାଯାଇଛି । ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪,୬୩୧ ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୬୮,୫୦,୯୬୨ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୪୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୫,୭୫୨ରେ ପହଞ୍ଚିଛି ।

କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୨,୬୮୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୯,୪୭,୩୯୦ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୧୭,୮୨୦ । ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୬,୦୪୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୬,୦୨,୫୧,୧୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୦,୦୭,୧୨,୮୨୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୬,୧୩,୭୪୦ଟି ନମୁନା। ଦେଶରେ ଦୈନିକ ପଜିଟିଭିଟି ହାର ୧୬.୬୬% ରହୁଛି ।