ଦେଶରେ ଦିନକରେ ୨୮,୯୦୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୮୮ ମୃତ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୪,୩୮,୭୩୪କୁ ବୃଦ୍ଧି

156

କନକ ବ୍ୟୁରୋ : ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୪ କୋଟି ଟପିଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦିନକରେ ୨୮,୯୦୩ ନୂଆ ଆକ୍ରାନ୍ତ ଓ ୧୮୮ ଜଣଙ୍କର ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୪,୩୮,୭୩୪ରେ ପହଞ୍ଚିଛି ।

ଗତକାଲି ଠାରୁ ଆଜି ୧୮% ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ହୋଇଥିବା ୧୮୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୧,୫୯,୦୪୪ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୭୪୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା  ୧,୧୦,୪୫,୨୮୪ ।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୩୪,୪୦୬ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୧.୯୬% । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ,ସମୁଦାୟ ୩,୫୦,୬୪,୫୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୬ ସୁଦ୍ଧା ସମୁଦାୟ ୨୨,୯୨,୪୯,୭୮୪ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୯,୬୯,୦୨୧ଟି ନମୁନା ।