କନକ ବ୍ୟୁରୋ : ଦେଶରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସ୍‌ ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୩.୨୯ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୮୭୬ ରହିଥିବା ଜଣାପଡ଼ିଛି । ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୯,୯୪୨ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୩,୮୭୬ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୨୯,୯୨,୫୧୭ ଓ ମୃତ୍ୟୁସଂଖ୍ୟା ୨,୪୯,୯୯୨ରେ ପହଞ୍ଚିଛି।

Advertisment

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୬,୦୮୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୯୦,୨୭,୩୦୪ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୧୫,୨୨୧। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୨୭,୧୦,୦୬୬ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୦ ତାରିଖ ସୁଦ୍ଧା ସମୁଦାୟ ୩୦,୫୬,୦୦,୧୮୭ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୮,୫୦,୧୧୦ଟି ନମୁନା ।