କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୪୦ ହଜାର ୭୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଦିନକରେ ୧୯୯ ଜଣଙ୍କର ମୃତ୍ୟୁ ହୋଇଛି । ନୂତନ ସଂକ୍ରମିତକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୮୬ ହଜାର ୭୯୬ରେ ପହଞ୍ଚିଛି । ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାଣ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଦେଶରେ ଏବେ ବି ସକ୍ରିୟ ଅଛନ୍ତି ୩ ଲକ୍ଷ ୪୫ ହଜାର ୩୭୭ ଜଣ। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୧୬୬ ଛୁଇଁଛି । ମହାରାଷ୍ଟ୍ର, ତାମିଲନାଡୁ, ପଞ୍ଜାବ, ମଧ୍ୟପ୍ରଦେଶ, ଦିଲ୍ଲୀ, ଗୁଜୁରାଟ, କର୍ଣ୍ଣାଟକ ଏବଂ ହରିଆଣାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି ।
ଇଣ୍ଡିଆନ୍ କାଉନ୍ସିଲ୍ ଅଫ୍ ମେଡିକାଲ୍ ରିସର୍ଚ (ଆଇସିଏମ୍ଆର୍) ପକ୍ଷରୁ ସୂଚନା ଦିଆଯାଇଛି ଯେ ଗତକାଲି ୯ ଲକ୍ଷ ୬୭ ହଜାର ୪୫୯ କରୋନା ନମୁନା ପରୀକ୍ଷଣ ହୋଇଥିବା ବେଳେ ସମୁଦାୟ ୨୩ କୋଟି ୫୪ ଲକ୍ଷ ୧୩ ହଜାର ୨୩୩ ନମୁନା ପରୀକ୍ଷା ହୋଇ ସାରିଲାଣି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/03/25-18.jpg)