୨୪ ଘଂଟାର କରୋନା ରିପୋର୍ଟ : ଦେଶରେ ୪୬ ହଜାର ୧୪୮ ନୂଆ ଆକ୍ରାନ୍ତ, ୯୭୯ ମୃତ

46

କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୪୮ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୯୭୯ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୮,୫୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୩,୫୧,୦୨୯ରେ ପହଞ୍ଚିଛି ।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୭୨,୯୯୪ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୩୬,୬୩,୨୯୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୭ ତାରିଖ ସୁଦ୍ଧା ସମୁଦାୟ ୪୦,୬୩,୭୧,୨୭୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୭୦,୫୧୫ଟି ନମୁନା ।