ଦେଶରେ ସ୍ଥିର ରହିଛି କରୋନା ସଂକ୍ରମଣ ହାର । ଗତ ୨୪ଘଣ୍ଟାରେ ୫୧,୬୬୭ ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ଦେଶରେ ସ୍ଥିର ରହିଛି କରୋନା ସଂକ୍ରମଣ ହାର । ଗତ ୨୪ଘଣ୍ଟାରେ ୫୧,୬୬୭ ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୧,୬୬୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧,୩୨୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୧,୩୪,୪୪୫ ଓ ମୃତ୍ୟୁସଂଖ୍ୟା ୩,୯୩,୩୧୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୪,୫୨୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୧,୨୮,୨୬୭ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୧୨,୮୬୮। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୦,୭୯,୪୮,୭୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୪ ତାରିଖ ସୁଦ୍ଧା ସମୁଦାୟ ୩୯,୯୫,୬୮,୪୪୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୩୫,୭୮୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe