ଦେଶରେ ଆଜି କରୋନା ମିଟ ସାମାନ୍ୟ ଉପରମୁହାଁ ହୋଇଛି । ଗତ ୨୪ଘଣ୍ଟାରେ ୬୭,୨୦୮ କରୋନା ପଜିଟିଭ୍ ଚିହ୍ନଟ, ୨,୩୩୦ ମୃତ

136

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୩ ହଜାରରୁ ସାମାନ୍ୟ ଅଧିକ ‌ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୭,୨୦୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨,୩୩୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୯୭,୦୦,୩୧୩ ଓ ମୃତ୍ୟୁସଂଖ୍ୟା ୩,୮୧,୯୦୩ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୦୩,୫୭୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୪,୯୧,୬୭୦ରେ ପହଞ୍ଚିଛି।ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୨୬,୭୪୦। ୭୧ ଦିନ ପରେ ଆଜି ସବ୍ରନିମ୍ନ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୬,୫୫,୧୯,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୧୬ ତାରିଖ ସୁଦ୍ଧା ସମୁଦାୟ ୩୮,୫୨,୩୮,୨୨୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୩୧,୨୪୯ଟି ନମୁନା।