ଦେଶରେ ୨୪ ଘଂଟାରେ ୮ହଜାର ୪୩୯ ନୂଆ ଆକ୍ରାନ୍ତ ଚିହ୍ନଟ, ୧୯୫ ମୃତ

63

କନକ ବ୍ୟୁରୋ : ଦେଶରେ ୨୪ ଘଂଟା ଭିତରେ ୮ହଜାର ୪୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନା କାରଣରୁ ଦେଶରେ ୨୪ ଘଂଟା ଭିତରେ ୧୯୫ ଜଣଙ୍କର ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୫୬,୮୨୨ରେ ପହଞ୍ଚିଛି । ସେହିପରି ୧୯୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୩,୯୫୨ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୫୨୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୮୯,୧୩୭ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୩,୭୩୩ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୯,୫୪,୧୯,୯୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୫,୦୬,୬୦,୧୪୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୧୩,୧୩୦ଟି ନମୁନା ।