ଦେଶରେ ୨୪ ଘଂଟା ଭିତରେ ୮୮୯୫ ନୂଆ ଆକ୍ରାନ୍ତ ଚିହ୍ନଟ : ୯୯, ୧୫୫ ସକ୍ରିୟ ସଂକ୍ରମିତ

83

କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୮୯୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୯୬ ମୃତ୍ୟୁ ରେକର୍ଡ କରାଯାଇଛି । ବିହାର ତା’ର ମୃତ୍ୟୁସଂଖ୍ୟାରେ ଆହୁରି ୨,୪୨୬ ଅନ୍ତର୍ଭୁକ୍ତ କରିବାରୁ ଏବଂ କେରଳ ପିଛିଲା ଭାବେ ୨୬୩ ମୃତ୍ୟୁ ଯୋଗ କରିବାରୁ ଆଜିର ଡାଟାବେସ୍‌ରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୬,୩୩,୨୫୫ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୨୭୯୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୩,୩୨୬ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୯୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୬୦,୭୭୪ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯,୧୫୫ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୭,୬୧,୮୩,୦୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୭୨,୫୨,୮୫୦ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୧୨,୨୬,୦୬୪ଟି ନମୁନା ।