ସାରା ଦେଶରେ ଗୋଟିଏ ଦିନରେ ପୁଣି ୯୬ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ : ୨୪ ଘଂଟାରେ ୪୪୬ ଜଣଙ୍କ ମୃତ୍ୟୁ

115

କନକ ବ୍ୟୁରୋ : ଦେଶରେ କାୟା ମେଲାଉଛି କରୋନା ସଂକ୍ରମଣ । ୨୪ ଘଂଟା ଭିତରେ ୯୬ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ଘଂଟା ଭିତରେ କରୋନା କାରଣରୁ ୪୪୬ଜଣଙ୍କର ମୃତ୍ୟୁ ହୋଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ୨୬ଲକ୍ଷ ୮୬ହଜାର ୪୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ଏକ କୋଟି ୧୭ଲକ୍ଷ ୩୨ହଜାର ୨୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ୭ଲକ୍ଷ ୮୮ହଜାର ୨୨୩ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସର୍ବାଧିକ ଆକ୍ରାନ୍ତ ସଂଖ୍ୟା ତାଲିକାରେ ଏବେ ବି ମହାରାଷ୍ଟ୍ର ଆଗରେ ରହିଛି ।

ସେପଟେ, ଚିନ୍ତା ବଢାଉଛି କରୋନା ସଂକ୍ରମଣ । ୨୪ଘଂଟା ଭିତରେ ରାଜ୍ୟରେ ୫୮୮ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୪୨ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୪୬ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୮୪, କଲାହାଣ୍ଡିରୁ ୬୪, କଟକରୁ ୩୦, ନୂଆପଡ଼ାରୁ ୨୯,ସମ୍ବଲପୁରରୁ ୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।