ଦେଶରେ ୨୪ ଘଣ୍ଟାରେ ୧୧,୪୫୧ ସଂକ୍ରମିତ ଚିହ୍ନଟ, ୨୬୬ ମୃତ

37

କନକ ବ୍ୟୁରୋ : ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୪୫୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୨୬୬ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୬୬,୯୮୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୧,୦୫୭ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୨୦୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୬୩,୧୦୪ ।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୨,୮୨୬। ୨୬୨ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଂକ୍ରମଣ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୮,୪୭,୨୩,୦୪୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୩,୮୪,୦୯୬ ଡୋଜ୍‌ ଟିକା । ‘ଆଇସିଏମ୍‌ଆର୍‌’କହିବା ଅନୁସାରେ, ନଭେମ୍ବର ୭ ତାରିଖ ସୁଦ୍ଧା ସମୁଦାୟ ୬୧,୫୭,୫୫,୮୦୫ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୭୦,୦୫୮ଟି ନମୁନା ।