କନକ ବ୍ୟୁରୋ: ରାଷ୍ଟ୍ରପତିଙ୍କ ମୋହର ବାଜିଲା, ଆଇନରେ ପରିଣତ ହେଲା ୩ ଅପରାଧିକ ବିଲ୍ । ଗତ ସପ୍ତାହରେ ସଂସଦର ଉଭୟ ଗୃହରେ ଗୃହୀତ ହୋଇଥିବା ୩ଟି ଅପରାଧିକ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୩ଟି ବିଲ ହେଉଛି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ଏବଂ ଭାରତୀୟ ସାକ୍ଷ୍ୟ ବିଲ୍ । ବ୍ରିଟିଶ ଶାସନ କାଳରୁ ପ୍ରଚଳିତ ହୋଇ ଆସୁଥିବା ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ବଦଳରେ ଏବେଠୁ ନୂଆ ଆଇନ କାର୍ଯ୍ୟକାରୀ ହେବ । ସଂସଦର ଶୀତକାଳୀନ ଅଧିବେଶନ ଅବସରରେ ଏହି ୩ଟି ଆଇନକୁ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ପାରିତ କରିଥିଲେ କେନ୍ଦ୍ର ସରକାର ।

Advertisment

ଲୋକସଭାରେ ଏହି ବିଲ୍ ଉପରେ ବିତର୍କର ଉତ୍ତର ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଥିଲେ ବ୍ୟକ୍ତିଗତ ସ୍ୱାଧୀନତା, ମାନବିକ ଅଧିକାର ଏବଂ ସମସ୍ତଙ୍କ ସହ ସମାନ ବ୍ୟବହାରର ତିନୋଟି ନୀତି ଆଧାରରେ ଏହି ଆଇନ ଗୁଡିକ ପ୍ରସ୍ତୁତ କରାଯାଇଛି । ସ୍ୱାଧିନତା ପରେ ପ୍ରଥମ ଥର ପାଇଁ ଅପରାଧିକ ନ୍ୟାୟ ବ୍ୟବସ୍ଥା ସହ ଜଡିତ ୩ଟି ଆଇନ ମାନବିକରଣ କରାଯିବା ସହ ଏଥିରେ ଶିଶୁ ଓ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଥିବା କହିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ।