କନକ ବ୍ୟୁରୋ: ଇଣ୍ଡୋନେସିଆରେ ଭୟଙ୍କର ଆଗ୍ନେୟ ଉଦଗୀରଣ । ପଶ୍ଚିମ ସୁମାତ୍ରା ସ୍ଥିତ ମାଉଣ୍ଟ ମେରାପିରେ ଆଗ୍ନେୟଗିରି ଉଦଗୀରଣ ହୋଇଛି । ଏଥିରେ ୧୧ଜଣ ପର୍ବତାରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୩ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛି ରେସ୍କ୍ୟୁ ଟିମ୍ । ଏହାସହ ଅନେକ ପର୍ବତାରୋହୀ ନିଖୋଜ ଥିବା ସୂଚନା ରହିଛି । ଆଖପାଖ ଅଞ୍ଚଳରେ ଆଗ୍ନେୟଗିରି ଉଦଗୀରଣ ଜନିତ ଭଗ୍ନାଶ ଖସିବା ସହିତ ପାଉଁଶ ଗଦା ହୋଇପଡିଛି । ବିପଦ ଆଶଙ୍କା କରାଯାଇ ଆଖପାଖର ଲୋକଙ୍କ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଯୁଦ୍ଧକାଳୀନ ଭିତିରେ ଉଦ୍ଧାର କାମ ଜାରି ରହିଛି । ମାଉଣ୍ଟ ମେରାପିରେ ରବିବାର ଆଗ୍ନେୟ ଉଦଗୀରଣ ହୋଇଥିଲା । ୩ ହଜାର ମିଟର ଉଚ୍ଚତା ପର୍ଯ୍ୟନ୍ତ କଳା ଧୂଆଁ ଉଠିଥିଲା । ଉଦ୍ଧାରକାରୀ ଏଜେନ୍ସିର ସୂଚନା ଅନୁସାରେ ଶନିବାର ମାଉଣ୍ଟ୍ ମେରାପିରେ ପାଖାପାଖି ୭୫ରୁ ଅଧିକ ପର୍ବତାରୋହୀ ଥିଲେ । ସେମାନଙ୍କ ମଧ୍ୟରୁ ପାଖାପାଖି ୩୦ ଜଣଙ୍କୁ ସ୍ଥାନାନ୍ତର କରାଯାଇପାରିନଥିଲା । ୧୪ ଜଣଙ୍କ ପତ୍ତା ମିଳିଥିବାବେଳେ ୩ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି ।
ଇଣ୍ଡୋନେସିଆରେ ଭୟଙ୍କର ଆଗ୍ନେୟଗିରି ଉଦଗୀରଣ । ମେରୋପି ପର୍ବତଶୃଙ୍ଗରେ ଉଛୁଳିଲା ଲାଭା । ୧୧ଜଣ ପର୍ବତାରୋହୀଙ୍କ ମୃତ୍ୟୁ ।
/kanak/media/post_attachments/wp-content/uploads/2023/12/2023-12-04T020939Z_354381123_RC22Q4AXJTMF_RTRMADP_3_INDONESIA-VOLCANO-1701673319.webp)