ଏମାର ମଠ ପଛରୁ ରୂପା ଇଟା ମିଳିଥିବା ସୂଚନା । ଏମାର ମଠ ମୁଖ୍ୟ ଗାଦି ପଛପଟେ ଖୋଳା ଚାଲିଥିବା ବେଳେ ମିଳିଲା ଇଟା ।

321

କନକ ବ୍ୟୁରୋ: ଏମାର ମଠ ପଛରୁ ରୂପା ଇଟା ମିଳିଥିବା ସୂଚନା । ଏମାର ମଠ ମୁଖ୍ୟ ଗାଦି ପଛପଟେ ଖୋଳା ଚାଲିଥିବା ବେଳେ ମିଳିଲା ଇଟା । ଏକାଧିକ ରୂପା ଇଟା ମିଳିଥିବା ବିଶେଷ ସୂତ୍ରରୁ ସୂଚନା । ପୁରୀ ଏମାର ମଠର ଚାଲିଛି ସମ୍ପତ୍ତି ଆକଳନ । କାଲି ଜୋର ଜବରଦସ୍ତ ନୂଆ ମହନ୍ତଙ୍କୁ ଅପସ୍ଥାପିତ କରିଥିଲା ପ୍ରଶାସନ । ୨୦୧୧ରେ ମଧ୍ୟ ଏମାର ମଠରୁ ୫୧୧ ଖଣ୍ଡ ରୂପା ଇଟା ମିଳିଥିଲା ।

କାଲି ପୁରୀ ଏମାର ମଠର ନୂଆ ଟ୍ରଷ୍ଟି କାର୍ଯ୍ୟଭାର ଗ୍ରହଣ କରିଥିଲେ । ପୁରୀର ଏହି ଐତିହ୍ୟ ସଂପନ୍ନ ମଠର ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ମଧ୍ୟ ମଠର ମହନ୍ତ ମହାରାଜ ଏଥିରେ ସହ ଯୋଗ କରୁନଥିଲେ । ଏହି ପ୍ରସଙ୍ଗକୁ ନେଇ ମଠର ନୂଆ ଟ୍ରଷ୍ଟ ବୋର୍ଡ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ଏହା ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏମାର ମଠର ଟ୍ରଷ୍ଟର ନୂଆ ସଦସ୍ୟମାନେ ଏମାର ମଠରେ ପ୍ରବେଶ କରିଥିଲେ ।
ଏମାର ମଠର ନୂଆ ଟ୍ରଷ୍ଟ ବୋର୍ଡ ଅନୁସାରେ ଝଞ୍ଜାପିଟା ମଠର ମହନ୍ତ ବାବା ସଚ୍ଚିଦାନନ୍ଦ ମହାରାଜଙ୍କୁ ମଠର ଦାୟିତ୍ୱ ଦିଆଯାଇଛି । ଏହି ସମୟରେ ମଠରୁ କିଛି ଅଳଙ୍କାର ଠାବ ହୋଇଥିଲା । ମଠ ଭିତରେ ପୂଜା ପାଉଥିବା ରାମାନୂଜଙ୍କ ମୂର୍ତି ଓ ମୂର୍ତିରେ ଲାଗୁଥିବା ଅଳଙ୍କାର ଓ ଝୁଲଣ ବେଶରେ ଲାଗୁଥିବା ସମସ୍ତ ଅଳଙ୍କାରର ତାଲିକା ପ୍ରସ୍ତୁତ କରାଯିବ ବୋଲି କହିଥିଲା ପ୍ରଶାସନ ।