କନକ ବ୍ୟୁରୋ : ମଙ୍ଗଳବାର ଜୟଦେବ ଭବନଠାରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇଥିଲେ ।
ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉତ୍ତମ ସେବା ପ୍ରଦର୍ଶନ କରିଥିବା ଜଙ୍ଗଲ ବିଭାଗର କର୍ମଚାରୀମାନଙ୍କୁ ପୁରସ୍କୃତ କରିଥିଲେ ଓ ରାଜ୍ୟ ସ୍ତରୀୟ ବନ୍ୟପ୍ରାଣୀ ସୂଚନା କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/03/vlcsnap-2017-03-22-08h17m01s072.png)