ଜୟଦେବ ଭବନଠାରେ ପାଳନ ହେଲା ରାଜ୍ୟସ୍ତରୀୟ ବିଶ୍ୱ ବନ ଦିବସ ! ମୁଖ୍ୟ ଅତିଥି ରୂପେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

111

କନକ ବ୍ୟୁରୋ : ମଙ୍ଗଳବାର ଜୟଦେବ ଭବନଠାରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇଥିଲେ ।

ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉତ୍ତମ ସେବା ପ୍ରଦର୍ଶନ କରିଥିବା ଜଙ୍ଗଲ ବିଭାଗର କର୍ମଚାରୀମାନଙ୍କୁ ପୁରସ୍କୃତ କରିଥିଲେ ଓ ରାଜ୍ୟ ସ୍ତରୀୟ ବନ୍ୟପ୍ରାଣୀ ସୂଚନା କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରିଥିଲେ ।