ଆଜିଠୁ ଆରମ୍ଭ ଆଇପିଏଲ । ଚେନ୍ନାଇରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍ସ – ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ।

202

କନକ ବ୍ୟୁରୋ: ଆଜିଠୁ ଆରମ୍ଭ ହେବ ଚଳିତ ବର୍ଷର ଆଇପିଏଲ । ରାତି ୮ଟାରେ ଫଟାଫଟ କ୍ରିକେଟର ରୋମାଞ୍ଚ ଦେଖିବାକୁ ମିଳିବ । ପ୍ରଥମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମୁହାଁମୁହିଁ ହେବେ । ମ୍ୟାଚ୍ ଚେନ୍ନାଇର ଏଏମ୍ ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳାଯିବ ।

ଏହି ଷ୍ଟାଡିୟମର ପିଚ୍ ସ୍ପିନରଙ୍କୁ ସୁହାଇବ ବୋଲି କୁହାଯାଉଛି । ଏହା ସହିତ ସ୍ଲୋ ବୋଲରଙ୍କ ପାଇଁ ଏହି ପିଚ୍ ଉପଯୋଗୀ ହୋଇଥାଏ । ପିଚରେ ବଲ୍ ଅଧିକ ଟର୍ଣ୍ଣ କରିଥାଏ । ଫଳରେ ବ୍ୟାଟ୍ସମ୍ୟାନଙ୍କ ପାଇଁ ପିଚରେ ବଡ଼ ସଟ୍ ମାରିବା ସହଜ ହେବ ନାହିଁ ବୋଲି କୁହାଯାଉଛି । ତେବେ ଗତ କିଛି ମ୍ୟାଚରେ ଦେଖାଯାଇଛି ପିଚ୍ ବ୍ୟାଟ୍ସମ୍ୟାନଙ୍କୁ ସୁହାଉଛି । ତେବେ ଟସ୍ ଜିତିଥିବା ଦଳ ପ୍ରଥମେ ବୋଲିଂ କରିବା ବୁଦ୍ଧିମାନର କାର୍ଯ୍ୟ ହେବ ବୋଲି କୁହାଯାଉଛି ।

ଗତ ୧୬ ତମ ଆଇପିଏଲ୍ ସିଜିନରେ ଏହି ପିଚରେ ପ୍ରଥମ ବ୍ୟାଟିଂରେ ହାରାହାରି ୧୭୦ ରନ୍ ସ୍କୋର ହୋଇଥିବା ଦେଖିବାକୁ ମିଳିଥିଲା । ପିଚରେ ରନର ପିଛା କରିବା ସହଜ ହେଉଥିବା କୁହାଯାଉଛି ।