ଆଇପିଏସ୍ ରାଜେଶ ପଣ୍ଡିତ ନିଲମ୍ବିତ ; ମହିଳା ଇନ୍ସପେକ୍ଟରଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ନିଲମ୍ବନ ନିର୍ଦ୍ଦେଶ

ଆଇପିଏସ୍  ରାଜେଶ ପଣ୍ଡିତ ନିଲମ୍ବିତ ; ମହିଳା ଇନ୍ସପେକ୍ଟରଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ନିଲମ୍ବନ ନିର୍ଦ୍ଦେଶ

କନକ ବ୍ୟୁରୋ: ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ବିତ । ନିଲମ୍ବନ ରାଜ୍ୟ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ । ନିଲମ୍ବନ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଆଇପିଏସ୍ ରାଜେଶ ପଣ୍ଡିତ୍ ଡିଜିଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ଛାଡି ପାରିବେନି ବୋଲି ମଧ୍ୟ କଡା ନିର୍ଦ୍ଦେଶ ରହିଛି ।

ସୂଚନା ମୁତାବକ, ଗତ ୨୭ ତାରିଖରେ ଆଇପିଏଏସ୍ ପଣ୍ଡିତ୍ କ୍ରାଇମବ୍ରାଞ୍ଚ ର ଏକ ଶାଖାରେ କାର୍ଯ୍ୟରତ ମହିଳା ଇନ୍ସପେକ୍ଟରଙ୍କ ଘରକୁ ଯାଇ ସେଠାରେ ଭଙ୍ଗାରୁଜା କରିବା ସହ ତାଙ୍କ ସ୍ୱାମୀଙ୍କୁ ମାଡ ମାରିବା ସହ ମହିଳା ଇନ୍ସପେକ୍ଟରଙ୍କୁ ବିବାହ କରିବାକୁ କହିଥିଲେ । ଏହି ଘଟଣାକୁ ନେଇ ମହିଳା ଇନ୍ସପେକ୍ଟରଙ୍କ ସ୍ୱାମୀ ମାମଲା ଦାଏର କରିଥିଲେ ବି ପୋଲିସ ଏହାକୁ ଚପାଇ ଦେବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe