ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଇରାନ ସେନା ବାହିନୀ ପକ୍ଷରୁ ଚାଲିଛି ଉଦ୍ଧାର ଅଭିଯାନ, ରାଷ୍ଟ୍ରପତିଙ୍କ ସହ ହୋଇପାରୁନି ସମ୍ପର୍କ ।

81

କନକ ବ୍ୟୁରୋ : ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣା ପରେ ଇରାନ ରାଷ୍ଟ୍ରପତିଙ୍କ ସହ ଯୋଗଯୋଗ ହୋଇପାରିନାହିଁ । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ରାଷ୍ଟ୍ରପତି ରଇସି ପୂର୍ବ ଅଜରବାଇଜାନ ଅଂଚଳରେ ଯାତ୍ରା କରୁଥିଲେ । ରାଷ୍ଟ୍ରପତିଙ୍କ ହେଲିକପ୍ଟର ସମେତ ମୋଟ ତିନୋଟି ହେଲିକପ୍ଟର ଥିଲା । ଇରାନର ରାଜଧାନୀରୁ ପାଖାପାଖି ୬୦୦ କିଲୋମିଟର ଦୂର ଉତର ପଶ୍ଚିମର ଜୋଲଫା ସହରରେ ହଠାତ୍ ତାଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ପରେ ରାଷ୍ଟ୍ରପତି ଓ ତାଙ୍କ ହେଲିକପ୍ଟର ସମ୍ବନ୍ଧରେ କୌଣସି ସୂଚନା ମିଳିପାରିନାହିଁ । ପ୍ରବଳ ବର୍ଷା କାରଣରୁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ସେପଟେ ଅଧିକାରୀ ଓ ସେନା ଦୁର୍ଘଟଣାସ୍ଥଳରେ ପହଂଚିବା ପାଇଁ ଡ୍ରୋନର ସହାୟତା ନେଇଛନ୍ତି ।