କନକ ବ୍ୟୁରୋ: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି କରିଛି।

ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ।