ଭୁବନେଶ୍ୱରରେ କଟାମୁଣ୍ଡ ମହିଳାଙ୍କ ମିଳିଲା ପରିଚୟ : ରାଜଧାନୀର ଏକ ବସ୍ତି ଅଂଚଳର ହୋଇଥିବା ସୂଚନା

ଅନ୍ଧାରୁଆ-ଦାସପୁର ରାସ୍ତାରୁ ମିଳିଥିଲା ମୃତଦେହ; ପରିଚୟ ଦେଲେ ୫୦ ହଜାର ଟଙ୍କାର ହୋଇଥିଲା ଘୋଷଣା

6,742

କନକ ବ୍ୟୁରୋ : ମିଳିଲା ମୁଣ୍ଡ ବିହୀନ ମହିଳାଙ୍କ ପରିଚୟ । ମହିଳା ଜଣଙ୍କ ଭୁବନେଶ୍ୱର ବସ୍ତି ଅଂଚଳର ବୋଲି ସୁଚନା ମିଳିଛି । ପରିବାର ଲୋକ ତାଙ୍କୁ ଚିହ୍ନଟ କରିଥିବା ସୁଚନା ମିଳିଛି । ଅନ୍ଧାରୁଆ-ଦାସପୁର ରାସ୍ତାକଡ଼ରୁ ମହିଳାଙ୍କ ମୁଣ୍ଡ ବିହିନ ମୃତ ଦେହ ମିଳିଥିଲା । ଏପରିକି ଦୁଇ ଦୁଇ ଥର ମହିଳାଙ୍କ ଶବ ବ୍ୟବଚ୍ଛେଦ କରିଥିଲା ପୋଲିସ । ଏହା ସହ ମହିଳାଙ୍କ ପୋଷାକ ଆଧାରରେ ପ୍ରଥମେ ଓଡ଼ିଆରେ ପୋଷ୍ଟର ଓ ପରେ ହିନ୍ଦୀ ଭାଷାରେ ପୋଷ୍ଟର ଜାରି କରିଥିଲା ପୋଲିସ । ମୃତ ମହିଳଙ୍କ ପରିଚୟ ନେଇ ସୁଚନା ଦେଲେ ୫୦ ହଜାର ଟଙ୍କାର ପୁରସ୍କାର ରାଶି ମଧ୍ୟ ଘୋଷଣା କରିଥିଲା ପୋଲିସ ।

ଗତକାଲି ମହିଳାଙ୍କ ଫିଙ୍ଗର ପ୍ରିଂଟ ସଂଗହ କରିଥିଲା ପୋଲିସ । ରାଜଧାନୀ ଉପକଣ୍ଠରେ ମହିଳାଙ୍କ ମୁଣ୍ଡ ବିହୀନ ମୃତ ଦେହ ଉଦ୍ଧାର ହେବା ପରେ ତତ୍ପର ହୋଇ ଉଠିଥିଲା ପୋଲିସ । ଭୁବନେଶ୍ୱରରେ ଭରତପୁର-ଚନ୍ଦକା ରାସ୍ତା କଡରୁ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଥିଲା । ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ସନ୍ଦେହ ସୃଷ୍ଟି ହୋଇଥିଲା । ଘଟଣାସ୍ଥଳରେ ଚନ୍ଦକା ପୋଲିସ ପହଂଚି ଶବ ଜବତ ତଦନ୍ତ ଜାରି ରଖିଥିଲା । ସ୍ଥାନୀୟ ଲୋକେ ଶବକୁ ଦେଖିବା ପରେ ଚନ୍ଦକା ପୋଲିସକୁ ଖବର ଦେଇଥିଲେ । ଏହା ପରେ ପୋଲିସ ପହଁଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଥିଲା ।