କଂଗ୍ରେସର ଓଡିଶା ବନ୍ଦ ଡାକରା: ପଢନ୍ତୁ କଣ କହିଲେ ହାଇକୋର୍ଟ

524

କନକ ବ୍ୟୁରୋ: ଓଡିଶା ବନ୍ଦ ପାଳନକୁ ବିରୋଧ କରି ହାଇକୋର୍ଟରେ ମାମଲା । ଏହାର ବିଚାର କରି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ହାଇକୋର୍ଟ । କହିଲେ, ବନ୍ଦ ବେଳେ ଦୋକାନ ବଜାର ବନ୍ଦ କରିବା ପାଇଁ କେହି ବାଧ୍ୟ କରିପାରିବେନି । ଅଖଚକ ବନ୍ଦ ପାଳନ ସମ୍ପୂର୍ଣ୍ଣ ବେଆଇନ । ସାଧାରଣ ଜନଜୀବନ ପ୍ରଭାବିତ କଲା ଭଳି କାମ ହେବା ଉଚିତ ନୁହେଁ । ଆଇନ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ରାସ୍ତାଘାଟରେ ଗାଡି ଅଟକାଇପାରିବେନି । ସେହିପରି ଟ୍ରେନ, ବସ ଚଳାଚଳକୁ ମଧ୍ୟ ରୋକାଯିବ ନାହିଁ । ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆସନ୍ତାକାଲି କଂଗ୍ରେସର ୬ଘଣ୍ଟିଆ ଓଡ଼ିଶା ବନ୍ଦ ଡ଼ାକରା ଦେଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ କଂଗ୍ରେସ ବନ୍ଦ ପାଳନ କରିବ । ବନ୍ଦ ବେଳେ ଅତ୍ୟାବଶ୍ୟକୀୟ ସେବା ଗୁଡ଼ିକରେ ବାଧା ଦିଆଯିବ ନାହିଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ଶାନ୍ତିପୁର୍ଣ୍ଣ ଭାବେ ବନ୍ଦ ପାଳନ କରାଯିବ ବୋଲି କଂଗ୍ରେସ କହିଛି । କୌଣସି ପ୍ରକାର ହିଂସାକାଣ୍ଡ କରାଯିବ ନାହିଁ ବୋଲି କହିଛି କଂଗ୍ରେସ ।