ଆଗାମୀ ୩ ଘଣ୍ଟା ଭିତରେ ଏହି ୧୧ ଜିଲ୍ଲାରେ ହୋଇପାରେ ବର୍ଷା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

294

କନକ ବ୍ୟୁରୋ: ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏବେ ବର୍ଷା ଜାରି ରହିଛି । ତେବେ ଆସନ୍ତା ୩ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଘଣ୍ଟା ଭିତରେ ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ନୂଆପଡା, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ । ତେଣୁ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।