ବାତ୍ୟା ମିଗଜୋମ ପ୍ରଭାବରେ ଭୋରରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଲାଗିରହିଛି ବର୍ଷା । ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

476

କନକ ବ୍ୟୁରୋ : ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି । ତେବେ ଓଡିଶା ଉପରେ ସେଭଳି କୌଣସି ପ୍ରଭାବ ନାହିଁ ବୋଲି ଆଇଏମଡି ସ୍ପଷ୍ଟ କରିଛି । ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ ଦିଆଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମରେ ବର୍ଷା ହେବ ବୋଲି ସୂଚନା ରହିଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଯେମିତି କି ମାଲକାନଗିରି, କୋରାପୁଟ, ଗଜପତି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଅନ୍ୟପଟେ ଆଭ୍ୟନ୍ତରୀଣ ଓଡ଼ିଶା ଝାରସୁଗୁଡ଼ା , ସମ୍ବଲପୁର, ବରଗଡ଼ ଅଞ୍ଚଳରେ ବର୍ଷା ହେଇଛି ।

ବାତ୍ୟା ମିଗଜୋମ ପ୍ରଭାବରେ ଗଜପତି ଜିଲ୍ଲା ମୋହନା ରେ ଝିପି ଝିପି ବର୍ଷା ଲାଗି ରହିଛି । ଗତ ରାତିଠାରୁ ବର୍ଷା ଲାଗି ରହିଥିବା ବେଳେ ଜନ ଜୀବନ ପ୍ରଭାବିତ ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ତେଣୁ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।