ସୁନ୍ଦରଗଡ଼ କୋଇଲା ବ୍ୟବସାୟୀଙ୍କ ଠିକଣାରେ ଘନ ଘନ ଚଢ଼ଉ । ଓଡ଼ିଶା ଓ ଛତିଶଗଡ଼ର ୧୦ଟି ସ୍ଥାନରେ ଯାଞ୍ଚ, ଶହେରୁ ଅଧିକ ଅଧିକାରୀ ଓ ସିଆରପିଏଫ ଫୋର୍ସ କରୁଛନ୍ତି ରେଡ ।

64

କନକ ବ୍ୟୁରୋ: ବିଶିଷ୍ଟ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ବିଭିନ୍ନ ଠିକଣାରେ ଆଜି ବି ଚାଲିଛି ଚଢ଼ାଉ । ଛତିଶଗଡ଼ ଏବଂ ଓଡ଼ିଶାର ବିଭିନ୍ନ ସ୍ଥାନରେ ଏକକାଳୀନ ରେଡ୍ କରାଯାଉଛି । ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଫୋର୍ସ ସାମିଲ ହୋଇଛନ୍ତି । ଘନଶ୍ୟାମଙ୍କ ଓଡ଼ିଶା, ଛତିଶଗଡ଼, ମୁମ୍ବାଇ, ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ କୋଇଲା ବ୍ୟବସାୟ ଓ ହୋଟେଲ ରହିଛି ।

ଏହାସହ ଘନଶ୍ୟାମଙ୍କ ଗୋପାଳପୁରରେ ଥିବା ଦୁଇମହଲା କୋଠା ଓ ଅଫିସ, ବିଲେଇମୁଣ୍ଡାର ଅଫିସ, ଘର, ସୋ’ରୁମ, ସ୍ପଞ୍ଜ ଆଇରନ୍ ଫ୍ୟାକ୍ଟ୍ରିରେ ମଧ୍ୟ ଚଢ଼ାଉ କରିଛି ଆୟକର ବିଭାଗ । ସେହିପରି ଘନଶ୍ୟାମଙ୍କ ଏମସିଏଲରେ ଥିବା କୋଇଲା ପରିବହନ ସାଇଟ୍, ଛତିଶଗଡ଼ ରାଏଗଡ଼ରେ ଥିବା ଆଇରନ, ଷ୍ଟିଲ ଓ ପାୱାର ପ୍ଲାଂଟ ଫ୍ୟାକ୍ଟ୍ରୀ ଓ ଘର, ରାୟପୁରରେ ଥିବା ଘର, ଅଫିସ ଏବଂ ବିଳାସପୁରରେ ଥିବା ହୋଟେଲରେ ମଧ୍ୟ ଚଢ଼ାଉ ହୋଇଛି । ତେବେ ଚଢ଼ାଉ ବେଳେ କିଛି କର୍ମଚାରୀ ଫେରାର ହୋଇଯାଇଥିବା ସୂଚନା ମିଳିଛି । ଚଢ଼ାଉରେ କେତେ ଟଙ୍କା ଏବଂ କ’ଣ କ’ଣ ଜବତ ହୋଇଛି, ସେ ନେଇ ସୂଚନ ମିଳିନାହିଁ ।