କନକ ବ୍ୟୁରୋ: ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । ୧୭ ତାରିଖରୁ ସାରା ରାଜ୍ୟରେ ବଢିବ ବର୍ଷାର ପ୍ରଭାବ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୧୫ ଓ ୧୬ ତାରିଖରେ ଉପକୂଳ ସହ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ହେବାର ସମ୍ଭାବନା ରହିଛି । ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କେତକ ସ୍ଥାନରେ ପ୍ରବଳ ବର୍ଷାର ହେବ । ସେହିପରି ୧୮ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷାର ସମ୍ଭବାନା ରହିଛି । ତେବେ ମୌସୁମୀ ବାୟୁ ଏବେ ସୁଦ୍ଧା ମାଲନାକାନାଗିରି ଓ କୋରାପୁଟ ଜିଲ୍ଲା ପହଂଚଛି । ରାଜ୍ୟରେ ମୌସୁମୀ ଅଗ୍ରସର ନେଇ ପାଗ ଅନୁକୂଳ ରହିଥିବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି ।