୨ରୁ ୬ ଯାଏ ପ୍ରବଳ ବର୍ଷିବ : ଆଜି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା; ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

1,192

କନକ ବ୍ୟୁରୋ :  ବର୍ଷା ଆଣିବ ଆଶ୍ୱସ୍ତି । ବର୍ଷାଭାବ ଯୋଗୁଁ ରାଜ୍ୟରେ ମରୁଡ଼ି ଭଳି ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପାଣିପାଗ ବିଭାଗର ପୂର୍ବାନୁମାନ ଚାଷୀଙ୍କୁ ଆଶ୍ୱସ୍ତ କରିବ । ଆସନ୍ତା ୫ ତାରିଖ ଯାଏଁ କେମିତି ରହିବ ପାଣିପାଗର ସେ ସମ୍ପର୍କରେ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଆଜି ରାଜ୍ୟର କୋରାପୁଟ, ମାଲକାନଗିିରି, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ଦେବଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଏବଂ ଜଗତସିଂପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ସେହିପରି ଆସନ୍ତାକାଲି ମାଲକାନଗିିରି, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଅନୁଗୁଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସଂଭାବନା ରହିଛି । ସେହିପରି ୪ ତାରିଖରେ ଢ଼େଙ୍କାନାଳ, ଯାଜପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ମାଲକାନଗିିରି, କୋରାପୁଟ, ପୁରୀ, ଜଗତସିଂପୁର, କେନ୍ଦ୍ରପଡ଼ା, କେନ୍ଦୁଝର, ବୌଦ୍ଧ, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି ।

ସେହିପରି ଆସନ୍ତା ୫ ତାରିଖରେ ସମ୍ବଲପୁର,ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ କଟକ, ଢ଼େଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ୬ ତାରିଖରେ ବରଗଡ଼, ଦେବଗଡ଼ ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି ।