ବର୍ଷା ନେଇ ସଜାଗ କରାଇଲେ ଏସଆରସି: କହିଲେ, ବର୍ଷା ଆସୁଛି ଧାନ କାଟି ନିଅନ୍ତୁ ଚାଷୀ

297

କନକ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏହାକୁ ନଜରରେ ରଖି ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ବର୍ଷାରୁ ସୁରକ୍ଷା ଦେବା ପାଇଁ ଧାନ କାଟି ନେବାକୁ ଚାଷୀଙ୍କୁ ପରାମର୍ଶ ଦେଇଛନ୍ତି ।

ଅମଳ ହୋଇଥିବା ଧାନକୁ କାଟି ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ଯେପରି ଅମଳ ନଷ୍ଟ ନହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି । ଏହାସହ ମଣ୍ଡିରେ ଥିବା ଧାନକୁ ମଧ୍ୟ ସୁରକ୍ଷିତ ଭାବେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।