ଆଜି ସାରା ରାତି ଜଗା ଦର୍ଶନ । କାର୍ତ୍ତିକ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତି

209

କନକ ବ୍ୟୁରୋ: ଆଜି ସାରା ରାତି ହେବ ଜଗା ଦର୍ଶନ । କାର୍ତ୍ତିକ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ଏହି ନିଷ୍ପତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ପଞ୍ଚୁକର ଚତୁର୍ଥ ଦିନ । ଆଉ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ । ତେଣୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳଙ୍କୁ ଭିଡ଼ ଜମିବ । ଏହାଛଡା ଆଜି ଛୁଟିଦିନ ରବିବାର ଥିବାରୁ ହଜାର ହଜାର ଭକ୍ତଙ୍କ ସମାଗମ ହେବ । ଅନ୍ୟପଟେ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ସହ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ସେପଟେ ପଞ୍ଚୁକ ବା ବୈକୁଣ୍ଠ ଚତୁର୍ଦ୍ଦଶୀରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । କଳା ଠାକୁରଙ୍କ ଲକ୍ଷ୍ମୀନୃସିଂହ ବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମିଛି ।